3. ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ ।
|
7. ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ ।
|
11. ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି ।
|
12. ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି ।
|
13. ସେ ମୋହର ଜ୍ଞାତିମାନଙ୍କୁ ମୋʼଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି ।
|
15. ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି ।
|
19. ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି ।
|
21. ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି ।
|
27. ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି ।
|
29. ତେବେ ତୁମ୍ଭେମାନେ ଖଡ଼୍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ ।
|