3. ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
|
4. ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
|
17. ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କʼଣ କରି ପାରନ୍ତି?
|
18. ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ ।
|
20. ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି ।
|
21. ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ଵାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ ।
|
23. ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ଵୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ ।
|
28. ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ ।
|
30. ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ଵାରା ସେ ଉଦ୍ଧାର ପାଇବ ।
|