ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଆହୁରି, ଇଲୀହୂ ଉତ୍ତର କରି କହିଲା,
2. ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ଵରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
3. ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ
4. ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି ।
5. ଗଗନମଣ୍ତଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ତଳକୁ ଦେଖ
6. ତୁମ୍ଭେ ପାପ କଲେ, ପରମେଶ୍ଵରଙ୍କ ବିରୁଦ୍ଧରେ କଅଣ କର
7. ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି
8. ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟସନ୍ତାନର ଲାଭ କରିପାରେ ।
9. ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ।
10. ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
11. ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ଵର କାହାନ୍ତି? ଏହା କେହି ନ କହେ ।
12. ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ ।
13. ନିଶ୍ଚୟ ପରମେଶ୍ଵର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ ।
14. ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ଵରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି ।
15. ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
16. ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ ।

Notes

No Verse Added

Total 42 Chapters, Current Chapter 35 of Total Chapters 42
ଆୟୁବ ପୁସ୍ତକ 35:13
1. ଆହୁରି, ଇଲୀହୂ ଉତ୍ତର କରି କହିଲା,
2. ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ଵରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
3. ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ? ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ
4. ମୁଁ ତୁମ୍ଭକୁ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି
5. ଗଗନମଣ୍ତଳ ପ୍ରତି ଦୃଷ୍ଟି କରି ଅନାଅ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ତଳକୁ ଦେଖ
6. ତୁମ୍ଭେ ପାପ କଲେ, ପରମେଶ୍ଵରଙ୍କ ବିରୁଦ୍ଧରେ କଅଣ କର
7. ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି
8. ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ତୁମ୍ଭର ଧାର୍ମିକତା ମନୁଷ୍ୟସନ୍ତାନର ଲାଭ କରିପାରେ
9. ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି
10. ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
11. ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ଵର କାହାନ୍ତି? ଏହା କେହି କହେ
12. ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ
13. ନିଶ୍ଚୟ ପରମେଶ୍ଵର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ
14. ତୁମ୍ଭେ କହୁଅଛ, ମୁଁ ପରମେଶ୍ଵରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି
15. ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
16. ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ
Total 42 Chapters, Current Chapter 35 of Total Chapters 42
×

Alert

×

oriya Letters Keypad References