4. ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ଵର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ ।
|
6. କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି ।
|
7. ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି ।
|
12. ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ତଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ଵାରା ତାହା ଘୂରେ ।
|
15. ପରମେଶ୍ଵର କିରୂପେ ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଦ୍ୟୁତକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
|
19. ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ ।
|
20. ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
|
23. ସର୍ବଶକ୍ତିମାନ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ ।
|