3. ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି ।
|
7. ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ଵଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
|
8. ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
|
9. ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ ।
|
10. ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ଵିଗୁଣ ପ୍ରଦାନ କଲେ ।
|
11. ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ଵନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ ।
|
12. ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ ।
|
15. ଦେଶଯାକରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା ।
|