3. ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି ।
|
4. ମୁଁ ଶୟନ କାଳରେ କହେ, କେବେ ମୁଁ ଉଠିବି? ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟ୍ପଟ୍ ହେଉଥାଏ ।
|
8. ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି ।
|
11. ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
|
16. ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର ।
|
19. ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ି ଦେବ ନାହିଁ?
|
20. ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ଵରୂପ ହେଉଅଛି?
|
21. ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯନିପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି ।
|