1. ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ ।
2. ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତତ୍ତୁଲ୍ୟ ଗୋଷ୍ଠୀ କେବେ ହୋଇ ନାହିଁ,, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପୁରୁଷର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ ।
3. ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନର ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ଵଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ ।
4. ସେମାନଙ୍କର ଆକାର ଅଶ୍ଵଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ଵାରୋହୀଗଣର ତୁଲ୍ୟ ଦୌଡ଼ନ୍ତି ।
5. ପର୍ବତଗଣର ଶୃଙ୍ଗରେ ରଥସମୂହର ଶଦ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶଦ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ ।
6. ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ ।
7. ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ ।
8. ଅବା ସେମାନଙ୍କର ଏକ ଜଣ ଆନ ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି: ସେମାନେ ଅସ୍ତ୍ର-ଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ ।
9. ସେମାନେ ନଗର ଉପରେ କୁଦନ୍ତି; ସେମାନେ ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
10. ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ତଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି ।
11. ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ । କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ?
12. ତଥାପି ସଦାପ୍ରଭୁ କହନ୍ତି, ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ;
13. ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି ।
14. କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ ।
15. ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ଵାନ କରନ୍ତଣଣଯୋୟେ.୨:୧୪
16. ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକା-ମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ ।
17. ବରଣ୍ତା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେହ?
18. ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ ।
19. ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ ।
20. ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ଵଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େଦ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି ।
21. ହେ ଦେଶ, ଭୟ କର ନାହିଁ, ଉଲ୍ଳସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି ।
22. ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି-ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଧରୁଅଛି, ଡିମିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି ।
23. ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଳସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ-ଠାରେ ଆନନ୍ଦ କରନ୍ତ କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ ।
24. ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ତସବୁ ଦ୍ରାକ୍ଷାରସ ଓ ତୈଳରେ ଉଛୁଳି ପଡ଼ିବ ।
25. ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୁକକୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା ।
26. ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ।
27. ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ ।
28. ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବୋ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ଵପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ;
29. ଆଉ, ସେସମୟରେ ମଧ୍ୟ ଆମ୍ଭେ ଦାସଦାସୀ-ଗଣର ଉପରେ ଆପଣାର ଆତ୍ମା ଢାଳିବା ।
30. ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ ଓ ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା ।
31. ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ ।
32. ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ନାନ କରିବେ, ସେମାନେ ଅବଶିଷ୍ଟାଂଶର, ମଧ୍ୟରେ ରହିବେ ।