ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୂନସ
1. ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
2. ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର ।
3. ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ । ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା ।
4. ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ ।
5. ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ ।
6. ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା ।
7. ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ;
8. ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ ।
9. କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା ।
10. ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ ।

Notes

No Verse Added

Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 4
1 2 3 4
ଯୂନସ 3:6
1 ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; 2 ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର । 3 ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ । ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା । 4 ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ । 5 ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ । 6 ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା । 7 ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ; 8 ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ । 9 କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା । 10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 4
1 2 3 4
Common Bible Languages
West Indian Languages
×

Alert

×

oriya Letters Keypad References