4. ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରଇ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
|
5. ପୁଣି ଶାଫନ୍ ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
|
7. ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
|
8. ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
|
9. ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ ।
|
10. ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
|
11. ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ ।
|
13. ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋ ଓ ହାଡ଼ଭଙ୍ଗା ଓ ବହୀରି,
|
21. ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
|
22. ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ ଓ ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ ଓ ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
|
24. ଆଉ, ଏମାନଙ୍କ ଦ୍ଵାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
|
25. ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
|
26. ଯେସବୁ ଜନ୍ତୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଏଁ, ସେ ଅଶୁଚି ହେବ ।
|
27. ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
|
28. ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
|
29. ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ତୁଅ;
|
31. ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
|
32. ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ ।
|
33. ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ ।
|
34. ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ ।
|
35. ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
|
36. ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ ।
|
38. ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
|
39. ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
|
40. ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
|
42. ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ ।
|
43. ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ଵାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
|
44. କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
|
45. କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ ।
|