ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲେବୀୟ ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେବେ କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ସାତ ଦିନଯାଏ ଅଶୁଚି ରହିବ ।
3. ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦ ହେବ ।
4. ପୁଣି ସେ ସ୍ତ୍ରୀ ତେତିଶ୍ ଦିନ ପର୍ଯ୍ୟନ୍ତ ଆପଣାର ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ ।
5. ମାତ୍ର ଯେବେ ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ ।
6. ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ କାପ୍ତାଛୁଆ ବା ଏକ ଘୁଘୁ ସମାଗମ-ତମ୍ଵୁଦ୍ଵାରର ଯାଜକ ନିକଟକୁ ଆଣିବ ।
7. ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା ।
8. ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଓ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ ।

Notes

No Verse Added

Total 27 Chapters, Current Chapter 12 of Total Chapters 27
ଲେବୀୟ ପୁସ୍ତକ 12:37
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେବେ କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ସାତ ଦିନଯାଏ ଅଶୁଚି ରହିବ
3. ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦ ହେବ
4. ପୁଣି ସେ ସ୍ତ୍ରୀ ତେତିଶ୍ ଦିନ ପର୍ଯ୍ୟନ୍ତ ଆପଣାର ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ
5. ମାତ୍ର ଯେବେ ସେ କନ୍ୟା ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ
6. ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ପାପାର୍ଥକ ବଳି ନିମନ୍ତେ ଏକ କାପ୍ତାଛୁଆ ବା ଏକ ଘୁଘୁ ସମାଗମ-ତମ୍ଵୁଦ୍ଵାରର ଯାଜକ ନିକଟକୁ ଆଣିବ
7. ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା
8. ମାତ୍ର ଯେବେ ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ, ତହିଁରୁ ଗୋଟିକି ହୋମାର୍ଥେ ଅନ୍ୟଟିକି ପାପାର୍ଥେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ
Total 27 Chapters, Current Chapter 12 of Total Chapters 27
×

Alert

×

oriya Letters Keypad References