ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲେବୀୟ ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ହାରୋଣର ପୁତ୍ର ଯାଜକଗଣକୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ ।
2. କେବଳ ଆପଣାର ନିକଟଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା ଓ ଆପଣା ପୁତ୍ର ଓ ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ ।
3. ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ ।
4. ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ଵାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ ।
5. ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ ।
6. ସେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେଣେ।
7. ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ଓ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ।
8. ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରଇ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ ।
9. ଆଉ କୌଣସି ଯାଜକର କନ୍ୟା ଯେବେ ବ୍ୟଭିଚାରକ୍ରିୟା ଦ୍ଵାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ ।
10. ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ;
11. କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ;
12. ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ଵରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ଵରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ ।
13. ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ ।
14. ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ ।
15. ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ ।
16. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
17. ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ ।
18. ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, କି ଛୋଟା, କି ଯାହାର ନାକ ବିକୃତ, କି ଅଧିକାଙ୍ଗ,
19. କି ଭଗ୍ନପଦ, କି ଭଗ୍ନହସ୍ତ,
20. କି କୁଜା, କି ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, କି ଜାଦୁ ରୋଗୀ, କି କାଛୁ ରୋଗୀ, କି ଭଗ୍ନକୋଷ;
21. ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ ।
22. ସେ ଆପଣା ପରମେଶ୍ଵରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ ।
23. ମାତ୍ର ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ । ଣ
24. ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣକୁ ଓ ସମସ୍ତ ଇସ୍ରାଏଲ-ସନ୍ତାନମାନଙ୍କୁ ଏହି କଥା କହିଲେ ।

Notes

No Verse Added

Total 27 Chapters, Current Chapter 21 of Total Chapters 27
ଲେବୀୟ ପୁସ୍ତକ 21:12
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ହାରୋଣର ପୁତ୍ର ଯାଜକଗଣକୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ
2. କେବଳ ଆପଣାର ନିକଟଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା ଆପଣା ପୁତ୍ର ଆପଣା କନ୍ୟା ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ
3. ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ
4. ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ଵାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ
5. ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ
6. ସେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଆପଣାମାନଙ୍କ ପରମେଶ୍ଵରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେଣେ।
7. ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର
8. ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରଇ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ
9. ଆଉ କୌଣସି ଯାଜକର କନ୍ୟା ଯେବେ ବ୍ୟଭିଚାରକ୍ରିୟା ଦ୍ଵାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ
10. ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଆପଣା ବସ୍ତ୍ର ଚିରିବ ନାହିଁ;
11. କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ;
12. ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ଵରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ଵରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ
13. ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ
14. ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ
15. ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ
16. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
17. ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ
18. ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, କି ଛୋଟା, କି ଯାହାର ନାକ ବିକୃତ, କି ଅଧିକାଙ୍ଗ,
19. କି ଭଗ୍ନପଦ, କି ଭଗ୍ନହସ୍ତ,
20. କି କୁଜା, କି ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, କି ଜାଦୁ ରୋଗୀ, କି କାଛୁ ରୋଗୀ, କି ଭଗ୍ନକୋଷ;
21. ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ
22. ସେ ଆପଣା ପରମେଶ୍ଵରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ
23. ମାତ୍ର ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ
24. ଏହି ପ୍ରକାରେ ମୋଶା ହାରୋଣଙ୍କୁ ତାଙ୍କର ପୁତ୍ରଗଣକୁ ସମସ୍ତ ଇସ୍ରାଏଲ-ସନ୍ତାନମାନଙ୍କୁ ଏହି କଥା କହିଲେ
Total 27 Chapters, Current Chapter 21 of Total Chapters 27
×

Alert

×

oriya Letters Keypad References