ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲେବୀୟ ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ଵାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କର ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
3. ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ ।
4. ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନୋହିବା ଯାଏ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । ଯେକେହି ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଏଁ;
5. ଅଥବା ଯାହା ଦ୍ଵାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଏଁ,
6. ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
7. ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ ।
8. ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ଵୟଂମୃତ ବା ପଶୁ ଦ୍ଵାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
9. ଏହେତୁ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ପାପ ବହିବେ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ।
10. ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
11. ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ ।
12. ଆଉ ଯାଜକର କନ୍ୟା ଯେବେ କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ ।
13. ମାତ୍ର ଯାଜକର କନ୍ୟା ଯେବେ ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନା ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥାର ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ ।
14. ଆଉ, ଯେବେ କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ ।
15. ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ;
16. ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ ।
17. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
18. ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
19. ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁଣ ପୁଂପଶୁ ଉତ୍ସର୍ଗ କରିବେ ।
20. ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ ।
21. ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ ।
22. ଅନ୍ଧ କି ଭଗ୍ନ କି ଛୋଟା କି ଆବୁଆ କି ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ ।
23. ତୁମ୍ଭେ ଅଧିକାଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ ।
24. ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ ।
25. କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ଵରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କ-ଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ ।
26. ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
27. ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ ।
28. ଆଉ, ଗାଈ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କି ବଧ କରିବ ନାହିଁ ।
29. ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ ।
30. ସେହିଦିନରେ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
31. ଏନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
32. ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା;
33. ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ ।

Notes

No Verse Added

Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 27
ଲେବୀୟ ପୁସ୍ତକ 22:9
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ଵାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କର ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ । 3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ । 4 ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନୋହିବା ଯାଏ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । ଯେକେହି ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଏଁ; 5 ଅଥବା ଯାହା ଦ୍ଵାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଏଁ, 6 ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । 7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ । 8 ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ଵୟଂମୃତ ବା ପଶୁ ଦ୍ଵାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ । 9 ଏହେତୁ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ପାପ ବହିବେ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ । 10 ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । 11 ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ । 12 ଆଉ ଯାଜକର କନ୍ୟା ଯେବେ କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ । 13 ମାତ୍ର ଯାଜକର କନ୍ୟା ଯେବେ ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନା ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥାର ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ । 14 ଆଉ, ଯେବେ କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ । 15 ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ; 16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ । 17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 18 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି, 19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁଣ ପୁଂପଶୁ ଉତ୍ସର୍ଗ କରିବେ । 20 ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ । 21 ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ । 22 ଅନ୍ଧ କି ଭଗ୍ନ କି ଛୋଟା କି ଆବୁଆ କି ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ । 23 ତୁମ୍ଭେ ଅଧିକାଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ । 24 ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ । 25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ଵରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କ-ଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ । 26 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, 27 ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ । 28 ଆଉ, ଗାଈ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କି ବଧ କରିବ ନାହିଁ । 29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ । 30 ସେହିଦିନରେ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ । 31 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ । 32 ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା; 33 ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ ।
Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 27
Common Bible Languages
West Indian Languages
×

Alert

×

oriya Letters Keypad References