2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ ।
|
3. ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ ।
|
5. ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ ।
|
6. ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ ।
|
7. ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ ।
|
8. ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ ।
|
9. ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ ।
|
10. ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ । ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ ।
|
11. ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ ।
|
12. ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ ।
|
13. ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
|
14. ଆଉ ଯେବେ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ ।
|
15. ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ ।
|
16. ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ ।
|
17. ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ ।
|
18. ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ ।
|
19. ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ ।
|
20. ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ ।
|
21. ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ ।
|
23. ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ ।
|
24. ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ ।
|
26. ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ ।
|
27. ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ ।
|
28. ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ଵରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜନ କରେ,ଏପରି କୌଣସି ବର୍ଜିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ବର୍ଜିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ ।
|
30. ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
|
31. ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ ।
|
32. ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
|
33. ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ ।
|
34. ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି ।
|