ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲେବୀୟ ପୁସ୍ତକ
1. ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁ; ପଶୁ ଆଣିବ ।
2. ପୁଣି, ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚାରିଆଡ଼େ ଛିଞ୍ଚିବେ ।
3. ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ
4. ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
5. ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ।
6. ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁ; ଅଣ୍ତିରା କି ମାଈ ପଶୁ ଉତ୍ସର୍ଗ କରିବ।
7. ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8. ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ । ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
9. ଏଉତ୍ତାରୁ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ତ ନିକଟରୁ ନେବ ଓ ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର ଉପରିସ୍ଥ ସମସ୍ତ ମେଦ
10. ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥିତ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
11. ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ ।
12. ଆଉ, କେହି ଯେବେ ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13. ପୁଣି, ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
14. ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ
15. ଓ ଦୁଇ ଗୁରୁଦା ଓ ତାହାର ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ ।
16. ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର ।
17. ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ ।

Notes

No Verse Added

Total 27 Chapters, Current Chapter 3 of Total Chapters 27
ଲେବୀୟ ପୁସ୍ତକ 3:34
1. ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁ; ପଶୁ ଆଣିବ
2. ପୁଣି, ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚାରିଆଡ଼େ ଛିଞ୍ଚିବେ
3. ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଅନ୍ତ୍ର-ଉପରିସ୍ଥ ମେଦ
4. ଦୁଇ ଗୁରୁଦା ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ
5. ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି କାଷ୍ଠ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର
6. ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁ; ଅଣ୍ତିରା କି ମାଈ ପଶୁ ଉତ୍ସର୍ଗ କରିବ।
7. ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8. ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ
9. ଏଉତ୍ତାରୁ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ତ ନିକଟରୁ ନେବ ଅନ୍ତ୍ର-ଆଚ୍ଛାଦକ ମେଦ ଅନ୍ତ୍ର ଉପରିସ୍ଥ ସମସ୍ତ ମେଦ
10. ଦୁଇ ଗୁରୁଦା ତହିଁ ଉପରିସ୍ଥିତ ପାର୍ଶ୍ଵବର୍ତ୍ତୀ ମେଦ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ
11. ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ
12. ଆଉ, କେହି ଯେବେ ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13. ପୁଣି, ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ
14. ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ
15. ଦୁଇ ଗୁରୁଦା ତାହାର ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ
16. ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର
17. ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ରକ୍ତ, କିଛି ଭୋଜନ କରିବ ନାହିଁ
Total 27 Chapters, Current Chapter 3 of Total Chapters 27
×

Alert

×

oriya Letters Keypad References