4. କାରଣ ଏମାନେ ସମସ୍ତେ ଭଣ୍ତାରରେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଏହାର ଯାହା କିଛି ଥିଲା, ସେହିସବୁ ପକାଇଲା ।
|
5. ଆଉ, କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପ୍ରସ୍ତର ଓ ଦାନପଦାର୍ଥ-ସମୂହରେ ସୁଶୋଭିତ ହୋଇଅଛି ବୋଲି କହିବାରୁ ସେ କହିଲେ,
|
6. ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
|
7. ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ?
|
8. ସେଥିରେ ସେ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକେ ମୋʼ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।
|
9. ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ଏହିସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ତତ୍କ୍ଷଣାତ୍ ଯୁଗା; ହେବ ନାହିଁ ।
|
11. ଆଉ ମହା ଭୂମିକମ୍ପ ଓ ସ୍ଥାନେ ସ୍ଥାନେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି ଆକାଶମଣ୍ତଳରେ ଭୟଙ୍କର ଦୃଶ୍ୟ ଓ ମହା ମହା ଲକ୍ଷଣ ଦେଖାଯିବ ।
|
12. କିନ୍ତୁ ଏହିସମସ୍ତ ଘଟଣା ପୂର୍ବେ ଲୋକେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋʼ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ଛାମୁକୁ ନିଆଯିବ;
|
15. କାରଣ ମୁଁ ତୁମ୍ଭମାନଙ୍କୁ ଏପରି ମୁଖ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।
|
16. କିନ୍ତୁ ତୁମ୍ଭେମାନେ ପିତାମାତା, ଭ୍ରାତା, ଆତ୍ମୀୟ ଓ ବନ୍ଧୁବାନ୍ଧବମାନଙ୍କ ଦ୍ଵାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକେ କାହାରିକାହାରିକି ବଧ କରିବେ,
|
20. କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତଙ୍କ ଦ୍ଵାରା ପରିବେଷ୍ଟିତ ଦେଖିବ, ସେତେବେଳେ ତାହା ଉତ୍ସନ୍ନ ହେବା ଯେ ସନ୍ନିକଟ, ଏହା ଜାଣ ।
|
21. ସେତେବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇ ଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ପଲ୍ଲୀଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
|
23. ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
|
24. ଆଉ ସେମାନେ ଖଡ଼୍ଗଧାରରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ବିଜାତି ମଧ୍ୟକୁ ନୀତ ହେବେ, ପୁଣି ବିଜାତିମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦ ଦଳିତ ହୋଇ ରହିବ ।
|
25. ପୁଣି ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଳେଶ ଘଟିବ, ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ହତବୁଦ୍ଧି ହେବେ,
|
26. ପୁଣି ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ ।
|
28. କିନ୍ତୁ ଏହିସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଊର୍ଦ୍ଧଦୃଷ୍ଟି କର ଓ ମସ୍ତକ ଉତ୍ତୋଳନ କର, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।
|
30. ଯେତେବେଳେ ସେଗୁଡ଼ିକ ପଲ୍ଳବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;
|
32. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
|
34. କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ, ପୁଣି ଜୀବିକା ସମ୍ଵନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହିଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
|
36. କିନ୍ତୁ ତୁମ୍ଭେମାନେ ଯେପରି ଏହିସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ଛାମୁରେ ଉଭା ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗିରୁହ ।
|