ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
2. କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି ।
3. ଆଉ, ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି । ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
4. ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ପ୍ରସ୍ଥାନ କଲେ ।
5. ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୋଟୀ ନେବାକୁ ପାସୋରି ଯାଇଅଛନ୍ତି ।
6. ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୁଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
7. ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୋଟୀ ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।
8. କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ଵାସୀ-ମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
9. ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୋଟୀ, ଆଉ କେତେ ଟୋକାଇ ଉଠାଇଲ,
10. କିମ୍ଵା ସେହି ଚାରି ହଜାର ଲୋକଙ୍କ ସାତୋଟି ରୋଟୀ, ପୁଣି କେତେ ବେତା ଉଠାଇଲ, ସେହିସବୁ କି ତୁମ୍ଭମାନଙ୍କର ସ୍ମରଣ ନାହିଁ?
11. ମୁଁ ଯେ ତୁମ୍ଭମାନଙ୍କୁ ରୋଟୀ ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।
12. ଯୀଶୁ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ ।
13. ପରେ ଯୀଶୁ କାଇସରୀୟା ଫିଲିପ୍‍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?
14. ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
15. ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?
16. ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ଵରଙ୍କ ପୁତ୍ର ।
17. ଏଥିରେ ଯୀଶୁ ତାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ଵର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
18. ଆଉ, ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ତଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ ।
19. ମୁଁ ତୁମ୍ଭକୁ ସ୍ଵର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ଵର୍ଗରେ ତାହା ବନ୍ଦ ରହିବ, ପୁଣି ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ଵର୍ଗରେ ତାହା ମୁକ୍ତ ରହିବ ।
20. ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ ।
21. ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ବହୁତ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
22. ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ଵର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ ।
23. କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ଵରୂପ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
24. ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନିମୋହର ଅନୁଗମନ କରୁ ।
25. କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋʼ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପ୍ରାପ୍ତ ହେବ ।
26. ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ଵା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
27. ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
28. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।

Notes

No Verse Added

Total 28 Chapters, Current Chapter 16 of Total Chapters 28
ମାଥିଉଲିଖିତ ସୁସମାଚାର 16
1. ଫାରୂଶୀ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ
2. କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି
3. ଆଉ, ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ମେଘୁଆ ହୋଇଅଛି ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
4. ଦୁଷ୍ଟ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ପ୍ରସ୍ଥାନ କଲେ
5. ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୋଟୀ ନେବାକୁ ପାସୋରି ଯାଇଅଛନ୍ତି
6. ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୁଶୀ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ
7. ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୋଟୀ ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି
8. କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ଵାସୀ-ମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
9. ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୋଟୀ, ଆଉ କେତେ ଟୋକାଇ ଉଠାଇଲ,
10. କିମ୍ଵା ସେହି ଚାରି ହଜାର ଲୋକଙ୍କ ସାତୋଟି ରୋଟୀ, ପୁଣି କେତେ ବେତା ଉଠାଇଲ, ସେହିସବୁ କି ତୁମ୍ଭମାନଙ୍କର ସ୍ମରଣ ନାହିଁ?
11. ମୁଁ ଯେ ତୁମ୍ଭମାନଙ୍କୁ ରୋଟୀ ବିଷୟରେ କହି ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ
12. ଯୀଶୁ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ କହି ଫାରୂଶୀ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ
13. ପରେ ଯୀଶୁ କାଇସରୀୟା ଫିଲିପ୍‍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?
14. ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ
15. ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?
16. ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ଵରଙ୍କ ପୁତ୍ର
17. ଏଥିରେ ଯୀଶୁ ତାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ଵର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି
18. ଆଉ, ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ତଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ
19. ମୁଁ ତୁମ୍ଭକୁ ସ୍ଵର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ଵର୍ଗରେ ତାହା ବନ୍ଦ ରହିବ, ପୁଣି ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ଵର୍ଗରେ ତାହା ମୁକ୍ତ ରହିବ
20. ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ
21. ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଶାସ୍ତ୍ରୀମାନଙ୍କ ହସ୍ତରୁ ବହୁତ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ
22. ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ଵର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ଘଟୁ
23. କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ଵରୂପ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ଭାବି ମନୁଷ୍ୟର ବିଷୟ ଭାବୁଅଛ
24. ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନିମୋହର ଅନୁଗମନ କରୁ
25. କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋʼ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପ୍ରାପ୍ତ ହେବ
26. ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ଵା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
27. ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ
28. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ
Total 28 Chapters, Current Chapter 16 of Total Chapters 28
×

Alert

×

oriya Letters Keypad References