1. ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ⇧, ଯିରିମୀୟ, ଏଜ୍ରା;
|
7. ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ । ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ ।
|
8. ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ ।
|
22. ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ ।
|
23. ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା ।
|
24. ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ ।
|
25. ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ ।
|
26. ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ ।
|
27. ଅନନ୍ତର ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ଵେଷଣ କଲେ ।
|
29. ମଧ୍ୟ ବୈଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ ।
|
30. ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ଵାରସବୁ ଓ ପ୍ରାଚୀର ଶୁଚି କଲେ ।
|
31. ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ଵାର ଆଡ଼କୁ ଗଲେ;
|
35. ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ
|
36. ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲାନ୍ତ
|
37. ପୁଣି, ସେମାନେ ନିର୍ଝରଦ୍ଵାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ଵାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ଵାର ପର୍ଯ୍ୟନ୍ତ ଗଲେ ।
|
38. ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ଭେଟିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ⇧;
|
39. ଆଉ, ଇଫ୍ରୟିମ-ଦ୍ଵାର ଓ ପୁରାତନଦ୍ଵାର ଓ ମତ୍ସ୍ୟଦ୍ଵାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ଵାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ଵାରରେ ଠିଆ ହୋଇ ରହିଲେ ।
|
40. ଏହିରୂପେ ପରମେଶ୍ଵରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
|
42. ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ । ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ଵରରେ ଗାନ କଲେ ।
|
43. ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ଵର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ-ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ଵନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା ।
|
44. ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା ।
|
45. ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ଵାରପାଳମାନେ ସେହିପରି କଲେ ।
|
46. କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା ।
|
47. ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ଵାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ।
|