ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ନିହିମିୟା
1. ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ନ ଥିଲି ।
2. ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ । ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ ।
3. ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?
4. ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି ।
5. ଏଉତ୍ତାରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ତେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା ।
6. ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ ।
7. ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ । ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ ।
8. ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କହୁଅଛ,ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ ।
9. ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ଵର, ମୋହର ହସ୍ତ ସବଳ କର ।
10. ଏଥି ଉତ୍ତାରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ଵାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ ।
11. ତହିଁରେ ମୁଁ କହିଲି, ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ ।
12. ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ଵର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ ।
13. ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା ।
14. ହେ ମୋହର ପରମେଶ୍ଵର, ଟୋବୀୟ ଓ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର ।
15. ତହୁଁ ବାଆନ ଦିନ ମଧ୍ୟରେ ଇଲୂଲ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା ।
16. ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ ।
17. ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା ।
18. କାରଣ, ସେ ଆରାର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ ।
19. ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଗୋଚର କରାଇଲେ । ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା ।

Notes

No Verse Added

Total 13 Chapters, Current Chapter 6 of Total Chapters 13
1 2 3 4 5 6 7 8 9 10 11 12 13
ନିହିମିୟା 6
1. ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଟୋବୀୟ ଆରବୀୟ ଗେଶମ୍ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ଥିଲି
2. ସେତେବେଳେ ସନ୍ବଲ୍ଲଟ୍ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ
3. ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?
4. ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି
5. ଏଉତ୍ତାରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ତେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା
6. ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ
7. ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ
8. ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କହୁଅଛ,ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ
9. ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ଵର, ମୋହର ହସ୍ତ ସବଳ କର
10. ଏଥି ଉତ୍ତାରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ମନ୍ଦିରର ଦ୍ଵାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ
11. ତହିଁରେ ମୁଁ କହିଲି, ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ
12. ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ଵର ତାହାକୁ ପଠାଇ ଥିଲେ; ତଥାପି ସେ ମୋʼ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ
13. ମୁଁ ଯେପରି ଭୀତ ହେବି ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା
14. ହେ ମୋହର ପରମେଶ୍ଵର, ଟୋବୀୟ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର
15. ତହୁଁ ବାଆନ ଦିନ ମଧ୍ୟରେ ଇଲୂଲ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା
16. ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ
17. ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା
18. କାରଣ, ସେ ଆରାର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ
19. ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ମୋʼ କଥାସବୁ ତାହାକୁ ଗୋଚର କରାଇଲେ ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା
Total 13 Chapters, Current Chapter 6 of Total Chapters 13
1 2 3 4 5 6 7 8 9 10 11 12 13
×

Alert

×

oriya Letters Keypad References