2. ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ ।
|
4. ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ ।
|
6. ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ ।
|
8. ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ ।
|
9. ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ ।
|
10. ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
|
12. ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା ।
|
14. ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା ।
|
18. ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା ।
|
21. ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବହି ଅଗ୍ରସର ହେଲେ; ପୁଣି ସେମାନଙ୍କ ପହୁଞ୍ଚିବା ସମୟକୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ ।
|
22. ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା ।
|
25. ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା ।
|
29. ଅନନ୍ତର ମୋଶା ଆପଣା ଶ୍ଵଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି ।
|
30. ତହୁଁ ସେ କହିଲା, ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି ।
|
31. ତେବେ ମୋଶା କହିଲେ, ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ ।
|
32. ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ ।
|
33. ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା ।
|
35. ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ ।
|