1. ଅନନ୍ତର ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍ ଓ ଅବୀରାମ ଓ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;
|
2. ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମ; ଓ ସମାଜକୁ ଆହୂତ ମଣ୍ତଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ସାକ୍ଷାତରେ ଉଠିଲେ ।
|
3. ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ତଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, କିହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?
|
5. ପୁଣି ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି ସେ ତାହାକୁ ଆପଣା ନିକଟକୁ ଅଣାଇବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଅଣାଇବେ ।
|
7. ପୁଣି କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକି ମନୋନୀତ କରିବେ, ସେହି ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି ।
|
9. ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
|
10. ପୁଣି ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ଵର ଚେଷ୍ଟା କରୁଅଛ?
|
11. ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?
|
12. ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଯିବା ନାହିଁ ।
|
13. ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ ।
|
14. ତାହା ଛଡ଼ା ତୁମ୍ଭେ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏସମସ୍ତ ଲୋକଙ୍କର ଆକ୍ଷି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ ।
|
15. ତହିଁରେ ମୋଶା ଅତିଶୟ ଜ୍ଵଳି ଉଠିଲେ, ପୁଣି ସେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ ।
|
16. ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ଓ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
|
17. ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ ।
|
18. ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ଵୁ ଦ୍ଵାର ନିକଟରେ ଠିଆ ହେଲେ ।
|
19. ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା ।
|
21. ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା ।
|
22. ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ?
|
26. ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ ।
|
27. ଏଥିରେ ସେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ ।
|
28. ତହୁଁ ମୋଶା କହିଲେ, ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ ।
|
29. ଯେବେ ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯେବେ ସମସ୍ତ ଲୋକଙ୍କ ଦଣ୍ତ ଅନୁସାରେ ସେମାନଙ୍କ ଉପରେ ଦଣ୍ତ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି ।
|
30. ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ଵ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ ।
|
32. ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ପରିଜନଗଣକୁ ଓ କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା ।
|
33. ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ ।
|
34. ପୁଣି ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ ।
|
35. ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା ।
|
37. ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
|
38. ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ତଣି ନିମନ୍ତେ ପିଟାପତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ଵରୂପ ହେବ ।
|
40. ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ ।
|
41. ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ ।
|
42. ତହୁଁ ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ବେଳେ ସେମାନେ ସମାଗମ-ତମ୍ଵୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି ।
|
45. ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ ।
|
46. ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି ।
|
47. ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେତେବେଳେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ।
|