2. ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
|
3. ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ ।
|
4. ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ ।
|
5. ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ ।
|
7. ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
|
8. ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ ।
|
9. ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ ।
|
11. ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ ।
|
12. ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ ।
|
13. ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି ।
|
14. କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
|
15. ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି ।
|
17. ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ।
|
29. କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ ।
|