ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।
4. ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି ।
5. ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ ।
6. କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।

Notes

No Verse Added

Total 150 Chapters, Current Chapter 1 of Total Chapters 150
ଗୀତସଂହିତା 1:47
1. ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ
4. ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି
5. ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ
6. କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ
Total 150 Chapters, Current Chapter 1 of Total Chapters 150
×

Alert

×

oriya Letters Keypad References