1. ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
|
2. ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।
|
3. ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।
|