1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ । ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ ।
|
4. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ;
|
5. ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି ।
|
7. ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ ।
|
9. ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ ।
|
10. ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ ।
|
21. ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
|
23. ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ ।
|
26. ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
|
29. ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା ।
|
33. ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ ।
|
38. ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା ।
|
41. ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ;
|
43. ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ ।
|
45. ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ ।
|
47. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର ।
|
48. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
|