ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ;
2. ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି ।
3. କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ ।
4. ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି ।
5. ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ ।
6. ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7. ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ ।
8. କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 129 / 150
ଗୀତସଂହିତା 129:118
1 ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ; 2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି । 3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ । 4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି । 5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ । 6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; 7 ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ । 8 କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 129 / 150
Common Bible Languages
West Indian Languages
×

Alert

×

oriya Letters Keypad References