ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
2. ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3. ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
4. ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ ।
5. ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ ।
6. ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ ।
7. ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା ।
8. ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର ।
9. ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ ।
10. ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ ।
11. ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ । ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା ।
12. ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ ।
13. କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି ।
14. ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ ।
15. ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା ।
16. ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ ।
17. ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ ।
18. ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ।

Notes

No Verse Added

Total 150 Chapters, Current Chapter 132 of Total Chapters 150
ଗୀତସଂହିତା 132:27
1. ଆରୋହଣ-ଗୀତ ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
2. ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3. ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ହୁଏ,
4. ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ
5. ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ
6. ଦେଖ, ଆମ୍ଭେମାନେ ଇଫ୍ରାଥାରେ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ
7. ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା
8. ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର
9. ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ
10. ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ
11. ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା
12. ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ
13. କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି
14. ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ
15. ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା
16. ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ
17. ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ
18. ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ
Total 150 Chapters, Current Chapter 132 of Total Chapters 150
×

Alert

×

oriya Letters Keypad References