ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ ।
2. ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ ।
3. କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର ।
4. ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5. ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ ।
6. ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ ।
7. ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର ।
8. ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ ।
9. ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ ।

Notes

No Verse Added

Total 150 Chapters, Current Chapter 137 of Total Chapters 150
ଗୀତସଂହିତା 137
1. ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ରୋଦନ କଲୁ
2. ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ
3. କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର
4. ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
5. ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ
6. ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ
7. ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର
8. ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ
9. ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ
Total 150 Chapters, Current Chapter 137 of Total Chapters 150
×

Alert

×

oriya Letters Keypad References