ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି ।
2. ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି । କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ ।
3. ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ ।
4. ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି ।
5. ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍ ।
6. ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି ।
7. ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ ।
8. ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ ।

Notes

No Verse Added

Total 150 Chapters, Current Chapter 138 of Total Chapters 150
ଗୀତସଂହିତା 138:47
1. ଦାଉଦଙ୍କର ଗୀତ ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି
2. ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ
3. ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ
4. ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି
5. ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍
6. ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି
7. ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ
8. ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ
Total 150 Chapters, Current Chapter 138 of Total Chapters 150
×

Alert

×

oriya Letters Keypad References