ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର ।
2. ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି ।
3. ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ । [ସେଲା
4. ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି ।
5. ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । [ସେଲା
6. ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର ।
7. ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ ।
8. ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ । [ସେଲା
9. ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ ।
10. ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ ।
11. ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ ।
12. ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ ।
13. ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ ।

Notes

No Verse Added

Total 150 Chapters, Current Chapter 140 of Total Chapters 150
ଗୀତସଂହିତା 140:4
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର
2. ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି
3. ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ ସେଲା
4. ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି
5. ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଦଉଡ଼ି ପାତିଅଛନ୍ତି ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି ସେଲା
6. ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର
7. ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ
8. ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ ସେଲା
9. ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ
10. ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ
11. ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ
12. ସଦାପ୍ରଭୁ ଦୁଃଖୀର ବିବାଦ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ
13. ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ
Total 150 Chapters, Current Chapter 140 of Total Chapters 150
×

Alert

×

oriya Letters Keypad References