2. ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି ।
|
3. ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ ।
|
7. ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି ।
|
8. ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି ।
|
9. ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି ।
|
10. ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
|