ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର ।
2. ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
3. ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
4. ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
5. ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ ।
6. ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ ।
7. ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8. ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ;
9. ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10. ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
11. ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା ।
12. ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13. ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
14. ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 Chapters, Current Chapter 148 of Total Chapters 150
ଗୀତସଂହିତା 148:4
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର
2. ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର
3. ହେ ସୂର୍ଯ୍ୟ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର
4. ହେ ସ୍ଵର୍ଗର ସ୍ଵର୍ଗ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର
5. ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ
6. ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ
7. ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ସକଳ ବାରିଧି;
8. ଅଗ୍ନି ଶିଳା, ହିମ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ;
9. ପର୍ବତ ସକଳ ଉପପର୍ବତ; ଫଳବାନ ବୃକ୍ଷ ସକଳ ଏରସ ବୃକ୍ଷ;
10. ବନ୍ୟ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଉଡ୍ଡୀୟମାନ ପକ୍ଷୀଗଣ;
11. ପୃଥିବୀର ରାଜଗଣ ସକଳ ଗୋଷ୍ଠୀ; ଅଧିପତିଗଣ ପୃଥିବୀର ସକଳ ବିଚାରକର୍ତ୍ତା
12. ଯୁବକ ଯୁବତୀମାନେ; ବୃଦ୍ଧ ବାଳକମାନେ;
13. ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
14. ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର
Total 150 Chapters, Current Chapter 148 of Total Chapters 150
×

Alert

×

oriya Letters Keypad References