ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର ।
2. ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
3. ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
4. ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର ।
5. ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ ।
6. ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ ।
7. ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8. ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ;
9. ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10. ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
11. ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା ।
12. ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13. ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
14. ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 148 / 150
ଗୀତସଂହିତା 148:87
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର । 2 ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । 4 ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର । 5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ । 6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ । 7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; 8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ; 9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; 10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ; 11 ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା । 12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 148 / 150
Common Bible Languages
West Indian Languages
×

Alert

×

oriya Letters Keypad References