1. ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ଵରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରୁଥାଏ ।
|
2. ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ଵର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ।
|
6. ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ଵରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା ।
|
7. ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା ।
|
8. ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।
|
11. ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ ।
|
13. ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ।
|
14. ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ ।
|
15. ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ଵାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
|
17. ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରା; ଥିଲେ ।
|
35. ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି ।
|
37. ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବାଯାଏ ମୁଁ ଫେରି ଆସିବି ନାହିଁ ।
|
39. କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ ।
|
40. ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି ।
|
41. ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ ।
|
42. ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି ।
|
43. ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ଵରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ ।
|
48. ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ ।
|
49. ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି ।
|
50. ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି ।
|