1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ ।
|
4. ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
|
6. ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ ।
|
7. ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
|
13. ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି ।
|
14. ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ ।
|