1. ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ଵରରେ ଦାଉଦଙ୍କର ଗୀତ । ହେ ମୋହର ପରମେଶ୍ଵର, ହେ ମୋହର ପରମେଶ୍ଵର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
|
2. ହେ ମୋହର ପରମେଶ୍ଵର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି ନୀରବ ନ ରହେ ।
|
4. ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ ।
|
5. ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ଵାସ କଲେ, ଆଉ ଲଜ୍ଜିତ ନୋହିଲେ ।
|
8. ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ ।
|
9. ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ଵାସ ଜନ୍ମାଇଅଛ ।
|
14. ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି । ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ ।
|
15. ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ଵା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳିକି ଆଣିଅଛ ।
|
16. କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ତଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି ।
|
18. ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି ।
|
19. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ଵର ହୁଅ ।
|
23. ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ ।
|
24. କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି । କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ ।
|
25. ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି ।
|
26. ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ ।
|
27. ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ ।
|
29. ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ ।
|
31. ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି ।
|