ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
2. ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ ।
3. ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି ।
4. ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି ।
5. କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ ।
6. ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
7. ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ ।
8. (ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି ।
9. ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ ।
10. କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ ।
11. ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ ।
12. ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି ।
13. ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି ।
14. ସଦାପ୍ରଭୁଙ୍କର ଅନୁସରଣ କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର ।

Notes

No Verse Added

Total 150 Chapters, Current Chapter 27 of Total Chapters 150
ଗୀତସଂହିତା 27:23
1. ଦାଉଦଙ୍କର ଗୀତ ସଦାପ୍ରଭୁ ମୋହର ଦୀପ୍ତି ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
2. ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ
3. ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି
4. ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି
5. କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ
6. ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି
7. ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ମୋତେ ଉତ୍ତର ଦିଅ
8. (ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି
9. ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ
10. କାରଣ ମୋହର ପିତା ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ
11. ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ସରଳ ପଥରେ ମୋତେ କଢ଼ାଇ ନିଅ
12. ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି
13. ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି
14. ସଦାପ୍ରଭୁଙ୍କର ଅନୁସରଣ କର; ବଳବାନ ହୁଅ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର
Total 150 Chapters, Current Chapter 27 of Total Chapters 150
×

Alert

×

oriya Letters Keypad References