ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ ।
2. ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ ।
3. ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା ।
4. କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା
5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା
6. ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ ।
7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା
8. ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି ।
9. ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ ।
11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।

Notes

No Verse Added

Total 150 Chapters, Current Chapter 32 of Total Chapters 150
ଗୀତସଂହିତା 32:12
1. ଦାଉଦଙ୍କ ଗୀତ ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ
2. ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ କରନ୍ତି ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ
3. ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା
4. କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା ସେଲା
5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ ସେଲା
6. ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ
7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ ସେଲା
8. ମୁଁ ତୁମ୍ଭକୁ ଉପଦେଶ ଦେବି ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି
9. ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ
11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର
Total 150 Chapters, Current Chapter 32 of Total Chapters 150
×

Alert

×

oriya Letters Keypad References