1. ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ ।
|
3. ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ ।
|
6. ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ ।
|
7. ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି ।
|
9. ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ ।
|
10. ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ ।
|