ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ ।
2. ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ ।
3. ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ ।
4. ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ ।
5. ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ ।
6. ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ ।
7. ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି ।
8. ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ ।
9. ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ ।
10. ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ ।
11. ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି ।
12. ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
13. ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର ।
14. ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ ।
15. ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି ।
16. ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ ।
17. ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ ।
18. ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି ।
19. ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି ।
20. ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ ।
21. ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ ।
22. ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।

Notes

No Verse Added

Total 150 Chapters, Current Chapter 34 of Total Chapters 150
ଗୀତସଂହିତା 34:42
1. ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ
2. ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ
3. ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ
4. ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ
5. ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ
6. ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ
7. ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି
8. ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ
9. ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ
10. ଯୁବାସିଂହମାନଙ୍କର ଅଭାବ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ
11. ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି
12. ଯେ ଜୀବନ ବାଞ୍ଛା କରେ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
13. ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର
14. ମନ୍ଦତାରୁ ଦୂର ହୁଅ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ତହିଁର ଅନୁଗାମୀ ହୁଅ
15. ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି
16. ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ
17. ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ
18. ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି
19. ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି
20. ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ
21. ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ
22. ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ
Total 150 Chapters, Current Chapter 34 of Total Chapters 150
×

Alert

×

oriya Letters Keypad References