ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ, ସ୍ମରଣୋପାୟ । ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ ।
2. କାରଣ ତୁମ୍ଭର ତୀରସବୁ ମୋʼଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି ।
3. ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ ।
4. କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ ।
5. ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି ।
6. ମୁଁ ବ୍ୟଥିତ ଓ ଅତ୍ୟ; ଅବନତ ହୋଇଅଛି । ମୁଁ ଦିନଯାକ ଶୋକ କରି ବୁଲୁଥାଏ ।
7. କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ ।
8. ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି । ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି ।
9. ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ ।
10. ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼଠାରୁ ଗଲାଣି ।
11. ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି ।
12. ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି ।
13. ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗାଲୋକ ତୁଲ୍ୟ ହୁଏ ।
14. ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ ।
15. କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ ।
16. କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି ।
17. ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ ।
18. ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି ।
19. ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି ।
20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ ।
21. ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ ।
22. ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ ।

Notes

No Verse Added

Total 150 Chapters, Current Chapter 38 of Total Chapters 150
ଗୀତସଂହିତା 38:25
1. ଦାଉଦଙ୍କର ଗୀତ, ସ୍ମରଣୋପାୟ ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ
2. କାରଣ ତୁମ୍ଭର ତୀରସବୁ ମୋʼଠାରେ ବିଦ୍ଧ ରହିଅଛି ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି
3. ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ
4. କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ
5. ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ବିକୃତ ହୋଇଅଛି
6. ମୁଁ ବ୍ୟଥିତ ଅତ୍ୟ; ଅବନତ ହୋଇଅଛି ମୁଁ ଦିନଯାକ ଶୋକ କରି ବୁଲୁଥାଏ
7. କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ
8. ମୁଁ କ୍ଷୀଣ ଅତିଶୟ ଚୂର୍ଣ୍ଣ ହୋଇଅଛି ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି
9. ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ
10. ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼଠାରୁ ଗଲାଣି
11. ମୋହର ପ୍ରିୟ ଲୋକେ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି
12. ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଦିନଯାକ ଛଳର ଚିନ୍ତା କରନ୍ତି
13. ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ ମୁଖ ଫିଟାଇବା ଘୁଙ୍ଗାଲୋକ ତୁଲ୍ୟ ହୁଏ
14. ଆହୁରି, ଯେ ଶୁଣେ ଯାହାର ମୁଖରେ ପ୍ରତିବାଦ ଥାଏ, ଏପରି ଲୋକ ତୁଲ୍ୟ ହୁଏ
15. କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ
16. କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି
17. ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ
18. ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି
19. ମାତ୍ର ମୋହର ଶତ୍ରୁମାନେ ସତେଜ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି
20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ
21. ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ
22. ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ
Total 150 Chapters, Current Chapter 38 of Total Chapters 150
×

Alert

×

oriya Letters Keypad References