ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ ।
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ ।
3. ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ ।
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ ।
5. ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ ।
6. ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ ।
7. ତେବେ ମୁଁ କହିଲି, ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି ।
8. ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି ।
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ ।
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ ମୁଁ ତୁମ୍ଭର ବିଶ୍ଵସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ ।
11. ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ ।
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି ।
13. ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ ।
14. ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ ।
15. ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16. ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ।
17. ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ଵର, ବିଳମ୍ଵ କର ନାହିଁ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 40 / 150
ଗୀତସଂହିତା 40:133
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ । 2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ । 3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ । 4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ । 5 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ । 6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ । 7 ତେବେ ମୁଁ କହିଲି, ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି । 8 ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି । 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ । 10 ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ ମୁଁ ତୁମ୍ଭର ବିଶ୍ଵସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ । 11 ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ । 12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି । 13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ । 14 ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ । 15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। 16 ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ । 17 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ଵର, ବିଳମ୍ଵ କର ନାହିଁ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 40 / 150
Common Bible Languages
West Indian Languages
×

Alert

×

oriya Letters Keypad References