ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ ।
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ ।
3. ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ ।
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ ।
5. ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ ।
6. ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ ।
7. ତେବେ ମୁଁ କହିଲି, ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି ।
8. ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି ।
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ ।
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ ମୁଁ ତୁମ୍ଭର ବିଶ୍ଵସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ ।
11. ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ ।
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି ।
13. ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ ।
14. ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ ।
15. ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16. ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ।
17. ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ଵର, ବିଳମ୍ଵ କର ନାହିଁ ।

Notes

No Verse Added

Total 150 Chapters, Current Chapter 40 of Total Chapters 150
ଗୀତସଂହିତା 40:30
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଶୈଳ ଉପରେ ମୋହର ଚରଣ ରଖିଲେ ମୋହର ପାଦଗତି ଦୃଢ଼ କଲେ
3. ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ
5. ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ପାରେ; ମୁଁ ସେସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ପାରେ
6. ବଳିଦାନ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ପାପାର୍ଥକ ବଳି ଚାହିଁ ନାହଁ
7. ତେବେ ମୁଁ କହିଲି, ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି
8. ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ ମୁଁ ତୁମ୍ଭର ବିଶ୍ଵସ୍ତତା ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ
11. ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି
13. ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ
14. ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ
15. ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
16. ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ
17. ମାତ୍ର ମୁଁ ଦରିଦ୍ର ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ଵର, ବିଳମ୍ଵ କର ନାହିଁ
Total 150 Chapters, Current Chapter 40 of Total Chapters 150
×

Alert

×

oriya Letters Keypad References