ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) । ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ ।
2. ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?
3. ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
4. ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5. ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି ।
6. ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି ।
7. ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି ।
8. ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ ।
9. ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?
10. ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
11. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି ।

Notes

No Verse Added

Total 150 Chapters, Current Chapter 42 of Total Chapters 150
ଗୀତସଂହିତା 42:11
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ) ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ
2. ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?
3. ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
4. ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5. ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି
6. ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି
7. ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ତରଙ୍ଗସବୁ ମୋʼ ଉପରେ ଯାଇଅଛି
8. ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ
9. ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?
10. ମୋʼ ଅସ୍ଥିରେ ଖଡ଼୍‍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
11. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ମୋହର ପରମେଶ୍ଵର ଅଟନ୍ତି
Total 150 Chapters, Current Chapter 42 of Total Chapters 150
×

Alert

×

oriya Letters Keypad References