7. ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ ।
|
10. ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି ।
|
11. ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି ।
|
13. ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । ସେଲା
|
14. ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ ।
|
18. ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
|