ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ ।
2. ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି ।
3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ ।
4. ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5. ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ ।
6. ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ ।
7. କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି ।
8. ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ ।
9. ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ ।
10. ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ ।
11. ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ ।

Notes

No Verse Added

Total 150 Chapters, Current Chapter 63 of Total Chapters 150
ଗୀତସଂହିତା 63:79
1. ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ
2. ତେଣୁ ତୁମ୍ଭ ପରାକ୍ରମ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି
3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ
4. ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5. ଯେପରି ମେଦ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ
6. ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ
7. କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି
8. ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ
9. ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ
10. ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ
11. ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ
Total 150 Chapters, Current Chapter 63 of Total Chapters 150
×

Alert

×

oriya Letters Keypad References