ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର ।
2. କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3. ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି
4. ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ ।
5. ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ?
6. ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର ।
7. ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ ।
8. ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ;
9. ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ ।
10. ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ । ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 64 / 150
ଗୀତସଂହିତା 64:169
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର । 2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ; 3 ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି 4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ । 5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ? 6 ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର । 7 ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ । 8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ; 9 ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ । 10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ । ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 64 / 150
Common Bible Languages
West Indian Languages
×

Alert

×

oriya Letters Keypad References