3. ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ ।
|
4. ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ । ସେଲା
|
6. ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ ।
|
7. ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ । ସେଲା
|
12. ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ ।
|
14. ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି ।
|
15. ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି । ସେଲା
|
16. ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି ।
|