ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି ।
2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି ।
3. ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ ।
4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି ।
5. ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ ।
6. ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ ।
7. କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି ।
8. ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି ।
9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି ।
10. ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା ।
11. ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି ।
12. ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି ।
13. ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ ।
14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ ।
15. ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ ।
16. ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର ।
17. ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ ।
18. ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର ।
19. ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି ।
20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ ।
21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ ।
22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ ।
23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର ।
24. ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ ।
25. ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ ।
26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି ।
27. ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
28. ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ ।
29. ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ ।
30. ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି ।
31. ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ ।
32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ ।
33. କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ ।
34. ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35. କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ ।
36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।

Notes

No Verse Added

Total 150 Chapters, Current Chapter 69 of Total Chapters 150
ଗୀତସଂହିତା 69:43
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି
2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି
3. ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ
4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି
5. ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ
6. ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ହେଉନ୍ତୁ
7. କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି
8. ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି
9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି
10. ମୁଁ ରୋଦନ କଲେ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା
11. ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି
12. ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି
13. ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ
14. ପଙ୍କରୁ ମୋତେ ଉଦ୍ଧାର କର ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ
15. ଜଳପ୍ଲାବନ ମୋତେ ମଗ୍ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ କରୁ
16. ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର
17. ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ
18. ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର
19. ତୁମ୍ଭେ ମୋହର ନିନ୍ଦା ମୋହର ଲଜ୍ଜା ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି
20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ଥିଲା ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ
21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ
22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ
23. ସେମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର
24. ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ
25. ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ କରୁ
26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି
27. ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ହେଉନ୍ତୁ।
28. ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଧାର୍ମିକମାନଙ୍କ ସହିତ ଲେଖା ଯାଉ
29. ମାତ୍ର ମୁଁ ଦୁଃଖୀ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ
30. ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି
31. ପୁଣି, ତାହା ଗୋରୁ ଅବା ଶୃଙ୍ଗ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ
32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ
33. କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ
34. ଆକାଶ ପୃଥିବୀ, ସମୁଦ୍ର ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35. କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ
36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ
Total 150 Chapters, Current Chapter 69 of Total Chapters 150
×

Alert

×

oriya Letters Keypad References