1. ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ । ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର;
|
4. ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି; )
|
5. ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି ମୋʼ ଗୌରବକୁ ଧୂଳିସାତ୍ କରୁ । ସେଲା
|
6. ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ବିଚାରର ଆଜ୍ଞା କରିଅଛ ।
|
7. ଗୋଷ୍ଠୀୟମାନଙ୍କ ମଣ୍ତଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ଵକୁ ପ୍ରତ୍ୟାଗମନ କର ।
|
8. ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର ।
|
9. ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି ।
|
12. ଯେବେ କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ଼୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି ।
|
13. ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି ।
|
17. ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି ।
|