4. ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକି ଚୂର୍ଣ୍ଣ କରିବେ ।
|
7. ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ ।
|
14. ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ ।
|
15. ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ । ସେମାନେ ଦିନଯାକ ତାହାଙ୍କର ଧନ୍ୟବାଦ କରିବେ ।
|
16. ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ ।
|
17. ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ ।
|
19. ପୁଣି, ତାହାଙ୍କର ଗୌରବାନ୍ଵିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ । ଆମେନ୍, ଆମେନ୍ ।
|